ଆଜି ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା

ଆଜି ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୨ ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।