ରାଜ୍ୟରେ କରୋନାରେ ଆଉ ୧୩ ସଂକ୍ରମିତଙ୍କ ମୃତ୍ୟୁ

ରାଜ୍ୟରେ କରୋନାରେ ଆଉ ୧୩ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।