ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୩ ଜଣଙ୍କର କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।