ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩ ଜୀବନ ନେଲା କରୋନା

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩ ଜୀବନ ନେଲା କରୋନା

ଭୁବନେଶ୍ୱର:  ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି  । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୩ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, କଟକ, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।