ରାଜ୍ୟରେ ଆଉ ୧୩ ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା

ରାଜ୍ୟରେ ଆଉ ୧୩ ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ମୟୁରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ରୁ ୨ ଜଣ , ବାଲେଶ୍ୱର, ବରଗଡ଼, ଖୋର୍ଦ୍ଧା, ଭୁବନେଶ୍ୱର, କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।