ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା କୋରୋନା

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।