ଆଜି ରାଜ୍ୟରେ ୧୪ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି

ଆଜି ରାଜ୍ୟରେ ୧୪ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୭୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜରୁ ୩ ଜଣ ଲେଖାଏଁ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।