ଆଜି ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଆଜି ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ ଓ ନୂଆପଡ଼ାରୁ ୨ ଜଣ ଲେଖାଏଁ , ବରଗଡ଼, ବାଲେଶ୍ୱର, କଟକ, କଳାହାଣ୍ଡି, କେନ୍ଦ୍ରାପଡା, ମୟୁରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।