ରାଜ୍ୟରେ କରୋନା ନେଲା ୧୫ ଜୀବନ

ରାଜ୍ୟରେ କରୋନା ନେଲା ୧୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଜଣେ ଲେଖାଏଁ, ଢେଙ୍କାନାଳ, ଖୋର୍ଦ୍ଧା, ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।