ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଓ କଟକରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ , ଖୋର୍ଦ୍ଧା, ଅନୁଗୁଳ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।