ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଛି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କୋରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।