ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କୋରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରେ ସର୍ବାଧିକ ୩ ଜଣଙ୍କ କୋରୋନାରେ ମୃତ୍ୟୁ, ଗଜପତି, ସମ୍ବଲପୁର ଓ ସୁବର୍ଣ୍ଣପୁରରେ ୨ ଜଣ ଲେଖାଏଁ ମୃତ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ ଓ ମୟୂରଭଞ୍ଜରେ ଜଣେ ଲେଖାଏଁ ମୃତ।