ରାଜ୍ୟରେ ୧୬ ଜୀବନ ନେଲା କରୋନା, ୧୧୬୮ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ରାଜ୍ୟରେ ୧୬ ଜୀବନ ନେଲା କରୋନା, ୧୧୬୮ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ୧୬ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।