ରାଜ୍ୟରେ ଆଜି ଆଉ ୧୬ ଜୀବନ ନେଲା କରୋନା, ୧୪୪୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ ଆଜି ଆଉ ୧୬ ଜୀବନ ନେଲା କରୋନା, ୧୪୪୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ୧୬ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ, ବୌଦ୍ଧ, କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।