୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି

୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତିା ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରେ ବରଗଡ, ଜଗତସିଂହପୁର, ଝାରସୁୁଗୁଡା, ପୁରୀ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ସାମିଲ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୪ ଜଣ, କଟକରୁ ୩ ଜଣ, ସମ୍ବଲପୁର, ଗଞ୍ଜାମରୁ ୨ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।