ଆଜି ଗୋଟିଏ ଦିନରେ ଆଉ ୧୭କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଆଜି ଗୋଟିଏ ଦିନରେ ଆଉ ୧୭କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ୧୭ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ଝାରସୁଗୁଡା, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ବୌଦ୍ଧ, ଜଗତସିଂହପୁର, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।