ରାଜ୍ୟରେ ଆଜି ଆଉ ୧୭ ଜୀବନ ନେଲା କରୋନା

ରାଜ୍ୟରେ ଆଜି ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ,ଢ଼େଙ୍କାନାଳ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।