ରାଜ୍ୟରେ ଆଉ ୧୭ ଜୀବନ ନେଲା କୋରୋନା

ରାଜ୍ୟରେ ଆଉ ୧୭ ଜୀବନ ନେଲା କୋରୋନା

ଭୁବନେଶ୍ୱର: ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୭ ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁରରୁ ୩,ସୁବର୍ଣ୍ଣପୁର ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଭୁବନେଶ୍ୱର, କଟକ, ଗଞ୍ଜାମ, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।