ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି

ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି

ଭୁବନେଶ୍ୱର: ରାଜ୍ୟରେ ଆଜି  ଆଉ ୧୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ ସାମିଲ ଅଛନ୍ତି । ସେହିପରି ସମ୍ବଲପୁର ଜିଲ୍ଲାରୁ ୩ ଜଣ, ବରଗଡ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।