ତାତିରୁ ମିଳିବ ତ୍ରାହି

ରାଜ୍ୟରେ ବଢ଼ୁଥିବା ତାତିରେ ଲାଗିବ ରୋକ୍ । ପଶ୍ଚିମା ଝଡ ପ୍ରଭାବରେ ତାତିରେ ସାମାନ୍ୟ ବିରାମ ଲାଗିବ। ରାଜ୍ୟ ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ନଥିବା ବେଳେ ପଶ୍ଚିମା ଝଡ ପ୍ରଭାବରେ ୫ ତାରିଖ ଯାଏଁ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।