‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀ ଭୁବନେଶ୍ବରରେ ‘ରନ୍ ଫର୍ ୟୁନିଟି’ ମାରାଥନ୍ ଆୟୋଜିତ ହୋଇଛି। ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା , ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ସାମିଲ ହୋଇଥିଲେ । ଭାରତର ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତି ଏବଂ ସମ୍ମାନରେ ଏହି କାର୍ୟ୍ୟକ୍ରମ ହେ।ଇଛି ।