ଆଜି କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଜି କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଏହାସହିତ କିଛି ଉତ୍ତରପୂର୍ବ ରାଜ୍ୟକୁ ମଧ୍ୟ ମୌସୁମୀ ଅଗ୍ରସର ହେବ। ସେପଟେ ଓଡିଶାରେ ପ୍ରଚଣ୍ଡ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।