ବାତ୍ୟା ‘ୟାସ୍’ ଯୋଗୁଁ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ରିପୋର୍ଟ ମାଗିଲେ କୃଷି ମନ୍ତ୍ରୀ

ବାତ୍ୟା ‘ୟାସ୍’ ଯୋଗୁଁ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ରିପୋର୍ଟ ମାଗିଲେ କୃଷି ମନ୍ତ୍ରୀ

ଭୁବନେଶ୍ବର ୨୭: ବାତ୍ୟାୟାସ୍ପ୍ରଭାବିତ ଜିଲ୍ଲାରେ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ ବିଭାଗୀୟ ଅଧିକାରୀଙ୍କୁ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ୨୪ ଘଣ୍ଟା ମଧ୍ୟରେ କ୍ଷୟକ୍ଷତିର ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ୨୮ ତାରିଖରେ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ନିକଟରେ ପ୍ରାଥମିକ ରିପୋର୍ଟ ଦାଖଲ କରାଯିବ କୃଷି, ମତ୍ସ୍ୟ ପଶୁ ପାଳନ ବିଭାଗର କ୍ଷେତ୍ର ଅଧିକାରୀ ଗ୍ରାଉଣ୍ଡକୁ ଯାଇ କ୍ଷୟକ୍ଷତି ଆକଳନ କରୁଛନ୍ତି ପୂର୍ଣ୍ଣାଙ୍ଗ ରିପୋର୍ଟ ଆସିବା ପରେ ସହାୟତା ରାଶି ଯୋଗାଇ ଦିଆଯିବ