ସପ୍ତାହ ଆରମ୍ଭରୁ ବଡ଼ ଘୋଷଣା ପୁଣି ବଢ଼ିଲା ଏମାନଙ୍କ ଦେୟ

କାଳୁ ରାଜ୍ୟ ସରକାର ଦେଲେ ଖୁସି ଖବର । ସପ୍ତାହ ଆରମ୍ଭରୁ ବଡ଼ ଘୋଷଣା କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।