ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ ସହାୟତା

ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ ସହାୟତା

ଭୁବନେଶ୍ୱର: ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି ଏଥିରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ ଯଦ୍ୱାରା ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି କୋଭିଡ ମହାମାରୀ କାଳରେ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରାଯାଇଛି