ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ

ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ

ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ହେଲିକପ୍ଟରରେ ବୁଲି ସ୍ଥିତି ପରିଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଲେଶ୍ୱର,କେନ୍ଦ୍ରାପଡା ଓ ଭଦ୍ରକ ଅଞ୍ଚଳ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ।ବାତ୍ୟା ୟାସରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛନ୍ତି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ।ଏଥିସହ ୨୪ ଘଣ୍ଟା ମଧ୍ୟରେ ୮୦ ପ୍ରତିଶତ ଅଞ୍ଚଳରେ ବିଜୁଳି ଯୋଗାଣ କରିବାକୁ ମୁଖ୍ୟମନ୍ତ୍ରୀ ସମୀକ୍ଷା ବେଳେ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇବାକୁ ଗୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।