ଆରପାରିରେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ

ଆରପାରିରେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ

ଭୁବନେଶ୍ୱର : ଆରପାରିରେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ । କରୋନାରେ ଆକ୍ରାନ୍ତ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତ ୧୦ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସା ହେଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷ ସୁଚନା ଦେଇଛନ୍ତି । ସେ ୭ ତାରିଖରେ ଅସୁସ୍ଥ ହୋଇଥିଲେ ଏବଂ ନିଜର କରୋନା ଚିକିତ୍ସା କରାଇଥିଲେ । ଏହାପରେ ୧୦ ତାରିଖରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା । ନିର୍ବାଚନ ସମୟରେ ଜଣେ ପ୍ରାର୍ଥୀଙ୍କର ଏପରି ଭାବରେ ମୃତ୍ୟୁ ହେବା ଦଳର ପ୍ରଚାରରେ ନିଶ୍ଚୟ ପ୍ରଭାବ ପକାଇବ ।