ରାଜ୍ୟରେ ୧୫ ଜୀବନ ନେଲା କରୋନା, ୯୦୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ ୧୫ ଜୀବନ ନେଲା କରୋନା, ୯୦୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କେନ୍ଦ୍ରାପଡା ୨ ଜଣ, ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।