ପାଖେଇ ଆସୁଛି ଲଘୁଚାପ, ୨୨ ଯାଏଁ ବର୍ଷିବ

ପାଖେଇ ଆସୁଛି ଲଘୁଚାପ, ୨୨ ଯାଏଁ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୧୨ରୁ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପର ରୂପ ନେବ  । ଯାହାର ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଓ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର  ।ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ, ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଉପକୂଳ ଓଡିଶା ସହ ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘଡଘଡି ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ଽ ସେହିପରି ଆସନ୍ତାକାଲି ୨୦ ତାରିଖରେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଽ ୨୨ ତାରିଖ ଯାଏଁ ଏପରି ବିକ୍ଷିପ୍ତ ଭାବେ ବିଶେଷ କରି ଦକ୍ଷୀଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି  । ଏହାସହ ସମୁଦ୍ର ଅଶାନ୍ତ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ପ୍ରବେଶ କରିବା ନେଇ ମସ୍ତ୍ରଜୀବୀଙ୍କୁ ବାରଣ କରାଯାଇଛି  ।