ଆଜି ଆସୁଛନ୍ତି ରାଷ୍ଟ୍ରପତି

ଜି ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ଜୟଦେବ ଭବନ ଯାଇ କାର୍ଯ୍ୟକ୍ରମରେ ଯୋଗଦେବା ପରେ ରାଜଭବନରେ ରାତ୍ରି ଯାପନ କରିବେ। କାଲି ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପୁରୀ ଯିବେ। ପୁରୀରେ ରଥଯାତ୍ରାରେ ସମ୍ମାନୀତ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।