ରାଜ୍ୟରେ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୯୫ ଡିସଚାର୍ଜ

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୯୫ ଡିସଚାର୍ଜ
ରାଜ୍ୟରେ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୯୫ ଡିସଚାର୍ଜ

ଭୁବନେଶ୍ବର ୦୮/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୫୬ ହଜାର ୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୯୫ ଜଣ ରହିଛନ୍ତି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୫୧୧୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୩୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୬୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୭୪୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୭୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୩୧୯୧୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।