ରାଜ୍ୟରେ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି

ରାଜ୍ୟରେ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି

ଆଜି ରାଜ୍ୟରେ ୩୦୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା, ପୁରୀ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।