ରାଜ୍ୟରେ ୧୩ କରୋନା ଆକ୍ରାନ୍ତ ମୃତ, କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୪୧ କୁ ବୃଦ୍ଧି ପାଇଛି

ରାଜ୍ୟରେ ୧୩ କରୋନା ଆକ୍ରାନ୍ତ ମୃତ, କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୪୧ କୁ ବୃଦ୍ଧି ପାଇଛି

ରାଜ୍ୟରେ ଆଜି ଆଉ ୧୩ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନା ଅନୁସାରେ- ୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।