ଆଜି ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।