ଆଜି ରାଜ୍ୟରୁ ୩୦୨୫ ଚିହ୍ନଟ

ଆଜି ରାଜ୍ୟରୁ ୩୦୨୫ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦୨୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୪୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧,୧୮୧ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୬୬ ଓ କଟକରୁ ୩୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି