ଆଜି ରାଜ୍ୟରେ ୩,୪୦୫ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୩,୪୦୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୩,୪୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧,୪୬୩ ଓ ସ୍ଥାନୀୟ ଅଞ୍ଚଳରୁ ୧,୪୬୩ ଜଣ ଚିହ୍ନଟ ହୋଇଛନ୍ତି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୯ ହଜାର ୫୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪ ହଜାର ୯୮୧ ରହିଥିବା ବେଳେ ୫୧ ହଜାର ୧୦୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।