ଆଜି ଓଡ଼ିଶାରୁ ୮,୧୮୨ ସୁସ୍ଥ

ଆଜି ଓଡ଼ିଶାରୁ ୮,୧୮୨ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮ ହଜାର ୧୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୮ ଲକ୍ଷ ୪ ହଜାର ୯୮୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୮୭ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୮୬୭, ଅନୁଗୁଳରୁ ୭୪୫, ଯାଜପୁରରୁ ୫୧୬, ବାଲେଶ୍ୱରରୁ ୪୨୩, ନୟାଗଡ଼ରୁ ୪୧୮,ଜଗତସିଂପୁରରୁ ୩୯୭, ମୟୂରଭଞ୍ଜରୁ ୩୬୭, ଢେଙ୍କାନାଳରୁ ୩୩୨, ପୁରୀରୁ ୩୦୪, ବୌଦ୍ଧରୁ ୩୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।