ଆଜି ପହିଲି ରଜ

ଜି ପହିଲି ରଜ । ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ ।