ଆଜି ମୁଖ୍ୟମନ୍ତ୍ରୀଙ୍କ 75 ତମ ଜନ୍ମଦିବସ

ଆଜି ମୁଖ୍ୟମନ୍ତ୍ରୀଙ୍କ 75 ତମ ଜନ୍ମଦିବସ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କ 75 ତମ ଜନ୍ମଦିବସରେ ରକ୍ତଦାନ, ପ୍ଲାଜ଼ମ ଦାନ ଓ ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଜେଡି ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଭୁବନେଶ୍ୱରରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ। ରାଜ୍ୟରେ ଆଜି 5 ହଜାର ୟୁନିଟ ରକ୍ତ ସଂଗ୍ରହ କରିବାକୁ ଲକ୍ଷ ରଖାଯାଇଛି। ଏହାସହିତ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମାସ୍କ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନକୁ ମନା କରିଥିଲେ। ନବୀନ ନିବାସ ନ ଆସି ରକ୍ତଦାନ କରିବାକୁ ଆହ୍ୱାନ ଦେଇଥିଲେ ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ମୋଦୀ ଟ୍ୱିଟ ଯୋଗେ ଲେଖିଛନ୍ତି , ଜନ୍ମଦିନର ଅନେକ ଶୁଭେଚ୍ଛା ଓ ଶୁଭକାମନା । ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି।

କିନ୍ତୁ ଆଜି ନିଜର ଜନ୍ମଦିନ ପାଳନ କରିବେନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ କରୋନା ମହାମାରୀ ପାଇଁ ମୁଖ୍ୟମନ୍ତ୍ରୀ ନିଜର ଜନ୍ମଦିନ ପାଳନ କରୁ ନାହାନ୍ତି ।