ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟା ମଧ୍ୟରେ ପୁଣି ୨୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୬୧କୁ ବୃଦ୍ଧି ପାଇଛି । ସେପଟେ ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ, ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୬/୭ ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ କରିଚାଲିଛି । ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ଜଟିଳ ହେବାରେ ଲାଗିଛି । ଚଳିତ ମାସର ଦ୍ୱିତୀୟ ସପ୍ତାହରେ ସଂକ୍ରମଣ ଶୀର୍ଷ ଛୁଇଁବ ବୋଲି ଆକଳନ ହେଉଛି । ଆଜି ପୁଣି ରାଜ୍ୟରେ ୧୧୮୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୩ ଜଣ କ୍ବାରେଣ୍ଟାଇନରେ ଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫୬୦, ବାଲେଶ୍ୱରରୁ ୨୬୦, ବରଗଡ଼ରୁ ୪୨୮, ଭଦ୍ରକରୁ ୮୩, ବଲାଙ୍ଗିରରୁ ୪୩୭, ବୌଦ୍ଧରୁ ୧୭୮, କଟକରୁ ୧,୦୫୨, ଦେବଗଡ଼ରୁ ୧୧୫, ଢେଙ୍କାନାଳରୁ ୧୭୭, ଗଜପତିରୁ ୧୦୫, ଗଞ୍ଜାମରୁ ୩୪୧, ଜଗତସିଂହପୁରରୁ ୧୩୪, ଯାଜପୁରରୁ ୩୦୨, ଝାରସୁଗୁଡ଼ାରୁ ୪୨୧, କଳାହାଣ୍ଡିରୁ ୪୦୨, କନ୍ଧମାଳରୁ ୯୨, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୨୩୧, ଖୋର୍ଦ୍ଧାରୁ ୧,୫୧୦, କୋରାପୁଟରୁ ୧୨୨, ମାଲକାନଗିରିରୁ ୭୦, ମୟୂରଭଞ୍ଜରୁ ୧୭୫, ନବରଙ୍ଗପୁରରୁ ୪୧୯, ନୟାଗଡ଼ରୁ ୨୦୪, ନୂଆପଡ଼ାରୁ ୨୮୬, ପୁରୀରୁ ୪୫୪, ରାୟଗଡ଼ାରୁ ୧୩୮, ସମ୍ବଲପୁରରୁ ୫୩୩, ସୋନପୁରରୁ ୨୧୦, ସୁନ୍ଦରଗଡ଼ରୁ ୧,୯୨୨ ଓ ଷ୍ଟେଟ୍‌ ପୁଲ୍‌ରୁ ୩୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।