ରାଜ୍ୟର ୨୪ ଘଣ୍ଟା ମଧ୍ୟରେ ୨୧୩୮ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟର ୨୪ ଘଣ୍ଟା ମଧ୍ୟରେ ୨୧୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୧୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।