ବର୍ଷାରେ ବୁଡିଲା ଟ୍ୱିନସିଟି

ର୍ଷାରେ ବୁଡିଲା ଟ୍ୱିନସିଟି । କଟକ ଓ ଭୁବନେଶ୍ୱର ସହିତ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତସିଂହପୁର, କଟକ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି । ପାଣିପାଗ ବିଭାଗ ପକ୍ଷରୁ ଆଜି ୯ଟି ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ। ଗତକାଲି କାଳବୈଶାଖୀ ପ୍ରଭାବରେ ରାଜଧାନୀ ସମେତ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। କାଳବୈଶାଖୀ ତାଣ୍ଡବରେ ଝଡ଼ ତୋଫାନ ସହ କୁଆ ପଥର ମାଡ଼ ହୋଇଛି ।