ସୁସ୍ଥ ହେଲେ ଗୃହମନ୍ତ୍ରୀ ଅମିତ ଶାହ

ସୁସ୍ଥ ହେଲେ ଗୃହମନ୍ତ୍ରୀ ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କରୋନା ଭାଇରସରୁ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ଅତିଶୀଘ୍ର ତାଙ୍କୁ ଡିସଚାର୍ଜ କରାଯିବ ବୋଲି ଦିଲ୍ଲୀ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।

କରୋନା ଆକ୍ରାନ୍ତ ହେବା ପରେ ପ୍ରଥମେ ତାଙ୍କୁ ମେଦାନ୍ତ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ସେଠାରୁ ସେ ସୁସ୍ଥ ହୋଇଥିଲେ ମଧ୍ୟ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଏବେ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଛନ୍ତି । ଅତିଶୀଘ୍ର ସେ ଘରକୁ ଫେରିବେ । ଏନେଇ ନୂଆଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆରତି ଭିଜ୍ ସୂଚନା ଦେଇଛନ୍ତି ।