୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା

୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ଏହାର ପ୍ରଭାବରେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ଆଶଙ୍କା ରହିଛି। ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଂଜାମ, ପୁରୀ, କନ୍ଧମାଳ, ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, କଳାହାଣ୍ଡି, ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।