ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଲାଗି ଟ୍ରାଫିକ କଟକଣା ଜାରି କରାଯାଇଛି। ଆଜି ଅପରାହ୍ନ ୪ଟା ୩୦ ମିନିଟ ଠାରୁ ରୋଡ ଶୋ ସରିବା ପର୍ଯ୍ୟନ୍ତ ଏହି ଟ୍ରାଫିକ୍ କଟକଣା ଜାରି କରାଯାଇଛି। ଭୁବନେଶ୍ଵର ୟୁନିଟ୬ ସ୍ଥିତ ଗଙ୍ଗନଗର ଛକଠାରୁ ଏଲଆଇସି ଅଫିସ ଛକଠାରୁ ବାମ ପାର୍ଶ୍ଵ ରାସ୍ତା ଦେଇ ଗୋପବନ୍ଧୁ ଛକ, ଓୟୁଏଟି ଗେଷ୍ଟ ହାଉସ ଛକରୁ ଡାହାଣ ପାର୍ଶ୍ଵ ରାସ୍ତା ଦେଇଅ ୟୁନିଟ-୮ ଡିଏଭି ସ୍କୁଲ ଛକ, ଏଚଡିଏଫସି ବ୍ୟାଙ୍କ ଛକଠାରୁ ବାମ ପାର୍ଶ୍ଵ ରାସ୍ତା ଦେଇ ବାଲୁଙ୍କେଶ୍ଵର ମନ୍ଦିର ଛକ, ମମତାଜ ଅଲି ସ୍କୁଲ, ଶ୍ରୀକୃଷ୍ଣ କ୍ଲବ ଠାରୁ ଡାହାଣ ପାର୍ଶ୍ଵ ରାସ୍ତା ଦେଇ ବେହେରା ସାହି ଛକ, ନିକ୍କୋ ପାର୍କ ଛକ, ବାୟାବାବା ମଠ ଠାରୁ ବାମ ପାର୍ଶ୍ଵ ରାସ୍ତା ଦେଇ ରୂପାଲୀ ଛକଠାରୁ ୟୁଟର୍ଣ୍ଣ ନେଇ ରାମମନ୍ଦିର ଛକ, ଶ୍ରୀୟା ଛକ, ମାଷ୍ଟର କ୍ଯାଣ୍ଟିନ ଦେଇ ଶିଶୁ ଭବନ ଛକ ରାସ୍ତା ପର୍ଯ୍ୟନ୍ତ କୌଣସି ପ୍ରକାରର ଯାନବାହାନ ଯିବା ଆସିବା କରିପାରିବ ନାହିଁ। ଏହି ସବୁ ରାସ୍ତା ଗୁଡିକୁ ସଂଯୋଗ କରୁଥିବା ସମସ୍ତ ଗଳି ରାସ୍ତାରୁ କୌଣସି ପ୍ରକାର ଯାନବାହନ ସେହି ରାସ୍ତାକୁ ଯିବାକୁ ଦିଆଯିବ ନାହିଁ। ଏହି ସବୁ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯାତାୟାତ କରିବାକୁ କମିଶନରେଟ ପୋଲସି ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।