ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୪୭୧କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଝାରସୁଗୁଡା, ପୁରୀ, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଢେଙ୍କାନାଳ, ନବରଙ୍ଗପୁର ଓ ନୂଆପଡାରୁ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜ୍ୟରେ ଆଜି ପୁଣି ୩,୬୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨,୦୬୯ ଓ ସ୍ଥାନୀୟ ଅଞ୍ଚଳରୁ ୧,୫୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୬ ହଜାର ୬୯୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୧୭ ହଜାର ୩୫୯ ରହିଥିବା ବେଳେ ୪୫ ହଜାର ୮୦୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |