ଆରପାରିରେ ବିଶିଷ୍ଟ ତବଲା ବାଦକ ଜାକିର ହୁସେନ । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । କିଛିଦିନ ତଳେ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତେବେ ବର୍ତ୍ତମାନ ସେ ଚିକିତ୍ସାଧୀନ ଅବସ୍ତାରେ ହିଁ ଶେଷ ନିଶ୍ୱାସ ତ୍ୟାଗ କରିଥିବା ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ମିଳିଛି । ୧୯୫୧ ମାର୍ଚ୍ଚ ୯ ତାରିଖରେ ଜନ୍ମଲାଭ କରିଥିଲେ ପଦ୍ମ ବିଭୂଷଣ ଉସ୍ତାଦ ଜାକିର ହୁସେନ । ତବଲା ବାଦ୍ୟରେ ବିଶ୍ୱପ୍ରସିଦ୍ଧି ହାସଲ କରି ସେ ଅନେକ ପୁରସ୍କାରର ଅଧିକାରୀ ହୋଇଛନ୍ତି । ୧୯୮୮ ମସିହାରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ ଉସ୍ତାଦ ଜାକିର ହୁସେନ୍ । ଏହାପରେ ୨୦୦୨ ମସିହାରେ ତାଙ୍କୁ ପଦ୍ମଭୂଷଣ ଏବଂ ୨୦୨୩ ମସିହାରେ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି । ଉସ୍ତାଦ ଜାକିର ହୁସେନଙ୍କୁ ୩ ଥର ଗ୍ରେମୀ ଆୱାର୍ଡ ମଧ୍ୟ ପ୍ରଦାନ କରାଯାଇଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।