Quantum Mirror

ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ସ୍ୱାସ୍ଥ୍ୟ ଖରାପ ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଗତକାଲି ରାତି ପ୍ରାୟ ୧ଟା ବେଳେ ତାଙ୍କର ମୃତ୍ୟୁ ହୋଇଛି।

ରବୀନ୍ଦ୍ର ନାଥ ଭୋଇ ୨୦୦୯ରୁ ୨୦୧୪ ମସିହା ପର୍ଯ୍ୟନ୍ତ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ଥିଲେ। ଆସନ୍ତା ଉପ ନିର୍ବାଚନ ପାଇଁ ସେ ଟିକେଟ ଦୌଡ଼ରେ ରହିଥିଲେ। ତାଙ୍କ ବିୟୋଗରେ ତିର୍ତ୍ତୋଲ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×