Quantum Mirror

ଆସୁଛି ବଡ଼ ବର୍ଷା

ସନ୍ତାକାଲିଠୁ ରାଜ୍ଯରେ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ । ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ, ଗଜପତି, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏପଟେ ରାଜ୍ଯରେ ତାପମାତ୍ରା ଯଦିଓ ୪୦ ଡିଗ୍ରୀ ଭିତରେ ରହୁଛି କିନ୍ତୁ ଆଦ୍ରତା ୮୦ ରୁ ୯୦ ପ୍ରତିଶତ ରହୁଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ଦୁଇ ଦିନ ଯାଏ ଏଭଳି ସ୍ଥିତି ଲାଗିରହିବ । ମୌସୁମୀ ଓ ଲଘୁଚାପ ସତ୍ତ୍ବେ ବର୍ତ୍ତମାନ ଏବେସୁଦ୍ଧା ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବାବେଳେ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ଜଣାପଡ଼ିଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×