ଭୁବନେଶ୍ୱର ୧୮/୧୦ : ଲଘୁଚାପ ଆଣୁଛି ବଡ ବର୍ଷା । କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷଣରୁ ଉପକୂଳ ପ୍ରବଳ ବର୍ଷିବ। ଆସନ୍ତା ଆସନ୍ତାକାଲିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ବର୍ଷା ଯୋଗୁଁ ସାମ୍ଭାବ୍ୟ ବନ୍ୟା ସ୍ଥିତିର ମୁକାବିଲା ପାଇଁ ଜଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି ।ସମ୍ଭାବ୍ୟ ବର୍ଷାକୁ ନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୧୯ରୁ ୨୨ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଂଶଧାରା, ଋଷିକୂଲ୍ୟା ନଦୀ ଭଣ୍ଡାରରେ ଜଳସ୍ତର କମ୍ ରହିଛି । ୮୦ ଶତକଡାରୁ ୬୦ ରୁ ୭୦ ଶତକଡା ରଖାଯାଇଛି । ୮ଟି ଜିଲ୍ଲାରେ ନୋଡାଲ ଅଫିସର ନିଯୁକ୍ତ କରାଯାଇଛି । ନଦୀବନ୍ଧ ଦୁର୍ବଳ ସ୍ଥାନରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଜଳସମ୍ପଦ ବିଭାଗ ସଜାଗ ରହିଛି, ଭୟଭୀତ ହେବାର ନାହିଁ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ